ନବୀନ ପଟ୍ଟନାୟକଙ୍କ ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ: ମୁଖ୍ୟମନ୍ତ୍ରୀ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ସେ ତିନିଦିନ ପରେ ମୁମ୍ବାଇ ଯିବେ। ବିଜେଡି ସୁପ୍ରିମୋଙ୍କ ନିଜର ଅସୁସ୍ଥତା ସଂପର୍କରେ ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କଲା ପରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି।

Mohan and Naveen

Mohan Charan Majhi and Naveen Pattnaik Photograph: (sambad.in)

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ସେ ତିନିଦିନ ପରେ ମୁମ୍ବାଇ ଯିବେ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିଜର ଅସୁସ୍ଥତା ସଂପର୍କରେ ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‌ଏନେଇ ଚିନ୍ତାପ୍ରକଟ କରିଛନ୍ତି। ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ‌ହୋଇ ଫେରି ଆସନ୍ତୁ ବୋଲି କହିଛନ୍ତି। 

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତିତ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

ସୂଚନାଯୋଗ୍ୟ, ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ନବୀନ ପଟ୍ଟନାୟକ କହିଛନ୍ତି, ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୋର ଚିକିତ୍ସା ହେବ। ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌ ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଁଛି। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ କହିଛନ୍ତି, ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି। 

ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୋର ଚିକିତ୍ସା ହେବ। ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌

-ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା

ତେବେ ଏହି ଖବର ନବୀନଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କର ସମର୍ଥକମାନେ ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ଏହି ଯାତ୍ରା ଏବଂ ଚିକିତ୍ସା ସମ୍ପର୍କରେ ଅଧିକ ତଥ୍ୟ ଶୀଘ୍ର ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।

Naveen Pattnaik | CM Mohan Charan Majhi

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe