ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଭଳି ରବିବାର ଅପରାହ୍‌ଣରେ ବଜ୍ରପାତ ଜନିତ ମୃତ୍ୟୁ ଘଟିଛି। ‌ବଜ୍ରପାତ ଯୋଗୁଁ କେନ୍ଦ୍ରାପଡ଼ାରେ ୨ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ଲୋକ ପ୍ରାଣ ହରାଇଛନ୍ତି। ବଜ୍ରପାତ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି। ଆହତଙ୍କ ପାଇଁ ସମବେଦନା ଜଣାଇବା ସହ ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ। ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର କରିବେ ବୋଲି କହିଛନ୍ତି।

Advertisment

ଅନ୍ୟ ରିପୋର୍ଟ:ରାଜ୍ୟରେ ବଜ୍ରପାତ: ଦିନକରେ ୯ ଜଣଙ୍କ ମୃତ୍ୟୁ, ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ୯ ଜଣଙ୍କର ମୃତ୍ୟୁ ହୋଇଥିଲା। ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ମେର୍ଦ୍ଦା ପଞ୍ଚାୟତର ସିଙ୍ଗାରପୁର ଗ୍ରାମରେ ସ୍ବାମୀ-ସ୍ତ୍ରୀ, କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା, ଗଂଜାମ ଜିଲ୍ଲା ତାରାସିଂ, କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର, ଯାଜପୁର ଜିଲ୍ଲାର କୋରେଇ, ଭଦ୍ରକ ଜିଲ୍ଲା ଆଗରପଡ଼ା ଓ ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରେ ଜଣଙ୍କର ମୃତ୍ୟୁ ହୋଇଥିଲା।