ଭୁବନେଶ୍ବର: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଅମିତ ଶାହାଙ୍କୁ ଭେଟିଛନ୍ତି ।

Advertisment

ଏହି ସାକ୍ଷାତ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ମୋହନ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ଅମିତ ଶାହାଙ୍କୁ ସାକ୍ଷାତ କରିବା ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସେହିପରି ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ସମୟରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଉପସ୍ଥିତ ଥିଲେ।