ଭୁବନେଶ୍ବର: ବିଧାନସଭାରେ ନବ ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି।

Advertisment

publive-image

ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ। ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

publive-image

ଏଣେ ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ଦିଆଯିବ। ସୁରକ୍ଷା ଦାୟିତ୍ୱରେ ୭୫ ପୁଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୁଲିସ ମୁତୟନ କରାଯାଇଛି। ନିଜେ ପୁଲିସ କମିଶନର ସୁରକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି।

ଅନ୍ୟପଟେ ପ୍ରଥମ ଥର ପାଇଁ ଦିଗପହଣ୍ଡିର ବିଧାୟକ ସିଦ୍ଧାନ୍ତ ମହାପାତ୍ର ବିଧାୟକ ହେବା ପରେ ଆଜି ଶପଥ ନେବାକୁ ସାଇକେଲରେ ବିଧାନସଭାରେ ପହଞ୍ଚିଛନ୍ତି ।  ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ।  ସମସ୍ତ ନେତା, ମନ୍ତ୍ରୀ ଓ ସାଧାରଣ ଜନତାଙ୍କୁ ମଧ୍ୟ ସାଇକେଲ ବ୍ୟବହାର ପାଇଁ ଅପିଲ କରିଛନ୍ତି ସେ।