ଭୁବନେଶ୍ବର: ବିଧାନସଭାରେ ନବ ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି।
/sambad/media/post_attachments/wp-content/uploads/2024/06/2695587d-b907-42c3-bf4f-c899d115ec4b-scaled.jpeg)
ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ। ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
/sambad/media/post_attachments/wp-content/uploads/2024/06/08503e54-4b19-47c2-be89-0bdd8c5d6d06-scaled.jpeg)
ଅନ୍ୟପଟେ ପ୍ରଥମ ଥର ପାଇଁ ଦିଗପହଣ୍ଡିର ବିଧାୟକ ସିଦ୍ଧାନ୍ତ ମହାପାତ୍ର ବିଧାୟକ ହେବା ପରେ ଆଜି ଶପଥ ନେବାକୁ ସାଇକେଲରେ ବିଧାନସଭାରେ ପହଞ୍ଚିଛନ୍ତି । ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି । ସମସ୍ତ ନେତା, ମନ୍ତ୍ରୀ ଓ ସାଧାରଣ ଜନତାଙ୍କୁ ମଧ୍ୟ ସାଇକେଲ ବ୍ୟବହାର ପାଇଁ ଅପିଲ କରିଛନ୍ତି ସେ।
Follow Us