ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ହେଲା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଯାଇଛନ୍ତି। ତାଙ୍କ ସହିତ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଗୁରବାର ଦିନ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ଅନ୍ୟ ବରିଷ୍ଠ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ।

Advertisment

ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି ରାଜ୍ୟରେ ସରକାର ଗଢ଼ିଲା ପରେ ମୋହନ ମାଝୀ ଗତ ୧୨ ତାରିଖ ଦିନ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।