ଝାରସୁଗୁଡା: ଆସନ୍ତା ୨୭ ତାରିଖରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ ସାଧାରଣଙ୍କୁ ସମ୍ବୋଧିତ କରିବେ। ଏହାକୁ ନେଇ ଗତ ୩ ଦିନ ହେବ ରାଜ୍ୟସ୍ତରୀୟ ଅଧିକାରୀ ଓ ମନ୍ତ୍ରୀଙ୍କ ଝାରସୁଗୁଡ଼ାରେ ସମୀକ୍ଷା ଚାଲିଥିବା ବେଳେ ଆଜି ଖୋଦ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଝାରସୁଗୁଡା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି।
ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଜିଲ୍ଲା ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅମଲୀପାଲିସ୍ଥିତ ପଡ଼ିଆରେ ପହଞ୍ଚି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ହେବାକୁ ଥିବା କାର୍ଯ୍ୟକ୍ରମର ଅନୁଧ୍ୟାନ କରିଛନ୍ତି। କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ଯୁବଗୋଷ୍ଠୀ ଓ ସାଧାରଣ ଲୋକେ ଯେଭଳି ସୁରୁଖୁରୁରେ କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ଓ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସୁରକ୍ଷା ବ୍ୟବସ୍ଥା ଯେଭଳି ଠିକ ରହିବ ସେନେଇ ସଚେତନ ରହିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଭିନ୍ନ ବିଭାଗୀୟ ମନ୍ତ୍ରୀ ଓ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ଯୁବଗୋଷ୍ଠୀ ଓ ସାଧାରଣ ଲୋକେ ଯେଭଳି ସୁରୁଖୁରୁରେ କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ଓ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସୁରକ୍ଷା ବ୍ୟବସ୍ଥା ଯେଭଳି ଠିକ ରହିବ ସେନେଇ ସଚେତନ ରହିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଭିନ୍ନ ବିଭାଗୀୟ ମନ୍ତ୍ରୀ ଓ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ସାଂସଦ ପ୍ରଦୀପ ପୁରୋହିତ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ, ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର, ସଂଗଠନ ସମ୍ପାଦକ ମାନସ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।
Narendra Modi | CM Mohan Charan Majhi