ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅଗଷ୍ଟରୁ କାର୍ଯ୍ୟକାରୀ ହେବ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’, ସାଢ଼େ ୩ କୋଟି ଲୋକ ପାଇବେ ମାଗଣା ଚିକିତ୍ସା

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ଘୋଷଣା ଅନୁସାରେ ଆଗାମୀ ଅଗଷ୍ଟ ୧୫ରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନା ଲାଗୁହେବା ପରେ ରାଜ୍ୟର ୭୦ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ। ପୂରା ଯୋଜନାରୁ ସାଢ଼େ ୩ କୋଟି ଲୋକ ଉପକୃତ ହେବେ। ୫ଲକ୍ଷ ଟଙ୍କା ଯାଏଁ ସ୍ୱାସ୍ଥ୍ୟ ସୁରକ୍ଷା ସହାୟତା ମିଳିବ। ସମସ୍ତ ସରକାରୀ ହସ୍ପିଟାଲରେ ବିନା ମୂଲ୍ୟରେ ଚିକିତ୍ସା ମିଳିବ। ପ୍ରସୂତି, ନବଜାତ ଓ ଅସୁସ୍ଥ ଶିଶୁ ହସ୍ପିଟାଲ ଆସିଲେ ସହାୟତା ମିଳିବ। ସେହିଭଳି ରୋଗୀଙ୍କ ଯାତାୟତ ପାଇଁ ୫୦୦ ଟଙ୍କା ସହାୟତା ମିଳିବ। ଏଥି ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ।
ରାଜ୍ୟରେ ଉପଲବ୍ଧ ସ୍ୱାସ୍ଥ୍ୟସେବାକୁ ଲୋକାଭିମୁଖୀ, ଗୁଣାତ୍ମକ, ସୁଦୃଢ଼ ଓ ଅଧିକ ପ୍ରଭାବୀ କରିବା ଉଦ୍ଦେଶ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଉପରୋକ୍ତ ଘୋଷଣା କରିଛନ୍ତି।

ସମ୍ବନ୍ଧିତ ଖବର