ସାଧୁ‌ ମେହେର ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡ଼ି ଯାଇଛନ୍ତି: ମୁଖ୍ୟମନ୍ତ୍ରୀ

Advertisment
ସାଧୁ‌ ମେହେର ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡ଼ି ଯାଇଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡ଼ିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡ଼ି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା। କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

ସୂଚନାଯୋଗ୍ୟ, ପଦ୍ମଶ୍ରୀ ସମ୍ମାନିତ ଅଭିନେତା, ନିର୍ଦ୍ଦେଶକ, ଲେଖକ ଓ ପ୍ରଯୋଜକ ସାଧୁ ମେହେରଙ୍କ ପରଲୋକ ହୋଇଛି। ୮୪ ବର୍ଷ ବୟସରେ ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ ନେଇ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୧୯୬୯ ମସିହାରେ ସେ ‘ଭୂବନ ସୋମ୍‌’ କଥାଚିତ୍ରରୁ ଅଭିନେତା ଜୀବନ ଆରମ୍ଭ କରିଥିଲେ। ଏଥିରେ ସେ ଏକ ମୂକ ପକ୍ଷୀଧରାଳି ଚରିତ୍ରରେ ଅଭିନୟ କରିଥିଲେ। ଏହା ପରେ ସେ ଆଉ ପଛକୁ ଚାହିଁ ନଥିଲେ। ୧୯୭୪ର ଚଳଚ୍ଚିତ୍ର ଅଙ୍କୁର ତାଙ୍କୁ ଜାତୀୟ ସ୍ଥରରେ ଜଣେ ଭଲ ଅଭିନେତାର ସ୍ୱୀକୃତି ଦେଇଥିଲା। ସାଧୁ ମେହେର୨୮ରୁ ଅଧିକ ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe