ବିଧାୟକ ବେଦପ୍ରକାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର: ଶନିବାର ପୂର୍ବାହ୍ନରେ ପାଟକୁରା ବିଧାୟକ ଏବଂ ପୂର୍ବତନ ମନ୍ତ୍ରୀ ବେଦ ପ୍ରକାଶ ଅଗ୍ରଓ୍ଵାଲ୍‌ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି।

ସେ ଟୁଇଟ୍‌ କରିଛନ୍ତି: ବରିଷ୍ଠ ରାଜନେତା ବେଦ ପ୍ରକାଶ ଅଗ୍ରଓ୍ଵାଲଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ସେ ଥିଲେ ବିଜୁବାବୁଙ୍କର ଘନିଷ୍ଠ ଏବଂ ଦୀର୍ଘ ଦିନ ଧରି ଲୋକଙ୍କ ସେବା କରିଛନ୍ତି। ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟକ୍ତିଗତ ଭାବେ ମୋ ପାଇଁ ଏବଂ ଦଳ ପାଇଁ ଏକ ଅପୂରଣୀୟ କ୍ଷତି।

ଏହି ଶୋକ ସମୟରେ ସ୍ୱର୍ଗୀୟ ବେଦ ପ୍ରକାଶଙ୍କ ପରିବାର ଲୋକଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ କେନ୍ଦ୍ରାପଡ଼ା ଏବଂ ତାଙ୍କୁ ଭଲପାଉଥିବା ଓ ସମ୍ମାନ ଦେଇଆସିଥିବା ପାଟକୁରାବାସୀଙ୍କୁ ସହ ମୁଁ ଛିଡ଼ା ହୋଇଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରିଛନ୍ତି: ବରିଷ୍ଠ ରାଜନେତା ବେଦପ୍ରକାଶ ଅଗ୍ରଓ୍ଵାଲ୍‌ଙ୍କ ମୃତ୍ୟୁ ଖବର ଶୁଣି ମୁଁ ମର୍ମାହାତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ୱନା ଜଣେଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।

ତାଙ୍କ ବିୟୋଗରେ ଶୋକ ପ୍ରକାଶ କରି ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ କେନ୍ଦ୍ରାପଡ଼ାର ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରି ଟୁଇଟ୍‌ କରିଛନ୍ତି: ପୂର୍ବତନ ଅର୍ଥମନ୍ତ୍ରୀ ଏବଂ ଏବେ ପାଟକୁରାର ବିଧାୟକ ଥିବା ବେଦପ୍ରକାଶ ଅଗ୍ରଓ୍ଵାଲଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ଏବଂ କେତେ ଦିନ ଧରି ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କର ଆତ୍ମା ଶାନ୍ତି ଲାଭ କରୁ… ଓଁ ଶାନ୍ତି।

 

ସମ୍ବନ୍ଧିତ ଖବର