ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ସ୍ୱରୂପ କୁମାର ଦାସ ଓ ବିଜୟ ଶଙ୍କର ଦାସଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ନବୀନ ଲେଖିଛନ୍ତି, ‘ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ।’
ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା @bjd_Odisha ର ପ୍ରାର୍ଥୀଙ୍କୁ ଶୁଭେଚ୍ଛା। ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ। pic.twitter.com/Rd6jumXVx1
— Naveen Patnaik (@Naveen_Odisha) November 10, 2020
ଏଥିସହ ସେ ଟୁଇଟ୍ କରି ଲେଖିଛନ୍ତି, କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି। ଏ ବିଜୟ ଆପଣମାନଙ୍କର ବିଜୟ। ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ।’
କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି। ଏ ବିଜୟ ଆପଣମାନଙ୍କର ବିଜୟ। ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ।
— Naveen Patnaik (@Naveen_Odisha) November 10, 2020
ସୂଚନାଯୋଗ୍ୟ, ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୪୧୭୦୩ଟି ଭୋଟରେ ବିଜୟୀ ହୋଇଛନ୍ତି। ବିଜୟଙ୍କୁ ୮୮୩୧୦ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ରାଜକିଶୋର ବେହରାଙ୍କୁ ୪୬୬୦୭ ଭୋଟ ମିଳିଛି। ସେହିପରି ବାଲେଶ୍ୱରରେ ବିଜେଡି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୧୩୧୯୫ ଭୋଟରେ ପରାଜିତ କରି ବିଜୟ ଲାଭ କରିଛନ୍ତି ସ୍ୱରୂପ ଦାସ।