ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ‘ମିଶନ ଶକ୍ତି’ ସଦସ୍ୟା, ଜାତୀୟ ପତାକା ପ୍ରସ୍ତୁତ କରିଥିବାରୁ ପ୍ରଶଂସା କଲେ ନବୀନ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ। ୭୫ତମ ସ୍ବାଧୀନତା ଦିବସ ପାଳନରେ ମା’ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

୫ଟି ସଚିବ ଭିକେ ପାଣ୍ଡିଆନ ମିଶନ ଶକ୍ତି ମା’ମାନଙ୍କ କାମର ପ୍ରଶଂସା କରି କହିଥିଲେ ଯେ ଖୁବ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ ଏବଂ ଆପଣମାନେ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିଛନ୍ତି।

ସମ୍ବନ୍ଧିତ ଖବର