ମାଟ୍ରିକ ପରୀକ୍ଷା ଫି’ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଛାତ୍ର ସମାଜର ବୃହତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କାର ବ୍ୟୟଭାର ବହନ କରିବେ।

ସୂଚନାଯୋଗ୍ୟ, ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫି’ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରି ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

ସମ୍ବନ୍ଧିତ ଖବର