ମିଶନାରିଜ୍ ଅଫ୍‌ ଚାରିଟି ପରିଚାଳିତ ସଂସ୍ଥା ଯେପରି ଅସୁବିଧାରେ ନପଡ଼ନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Advertisment
ସନ୍ଧ୍ୟା ୫ଟାରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ମିଶନାରିଜ୍ ଅଫ୍‌ ଚାରିଟି ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ମାନଙ୍କରେ ଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି ଖାଦ୍ୟ ନିରାପତ୍ତା ତଥା ସ୍ବାସ୍ଥ୍ୟ ସଂପର୍କିତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ପଡିଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସଂସ୍ଥାଗୁଡିକୁ ତୁରନ୍ତ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଓଡ଼ିଶାରେ ମିଶନାରିଜ୍ ଅଫ୍‌ ଚାରିଟି ପକ୍ଷରୁ ପରିଚାଳିତ ଅନେକ କୁଷ୍ଠାଶ୍ରମ ଓ ଅନାଥାଶ୍ରମ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe