ଲୋକସେବା ଭବନରେ ବିଦେଶୀ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ବର : କୋଣାର୍କ ଉତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜିତ ହୋଇଛି ବାଲୁକା କଳା ଉତ୍ସବ। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ବିଦେଶରୁ ଆସିଥିବା ବାଲୁକା ଶିଳ୍ପୀମାନଙ୍କୁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ। ଆମେରିକା, କାନାଡ଼ା, ଋଷିଆ, ଆୟାରଲାଣ୍ଡ୍, ଡେନ୍‌ମାର୍କ ଆଦି ଅଞ୍ଚଳର ୬ ଜଣ ଶିଳ୍ପୀ ଏହି ଉତ୍ସବରେ ଯୋଗ ଦେଇଥିଲେ। ଏହି ଅବସରରେ ପର୍ଯ୍ୟଟନ ନିର୍ଦ୍ଦେଶକ କୋଣାର୍କ ବାଲୁକା କଳା ଉତ୍ସବ ଉପରେ ଏକ ଭିଡିଓ ଉପସ୍ଥାପନ କରିଥିଲେ। ଚଳିତ ବର୍ଷ ଏହି କାର୍ଯ୍ୟକ୍ରମରେ ୧୨୧ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡି‌େସମ୍ବର ୧ ରୁ ହୋଇଥିବା ଏହି ଉତ୍ସବ ଆଜି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶିଳ୍ପୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାର କଳା ପରମ୍ପରା ଉପରେ ସେମାନଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍ ବାଲକ୍ରିଷ୍ଣନ୍ ଓ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର