ଲାପଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Advertisment

୫୫୦୯ ଏସ୍‌ସି/ଏସ୍‌ଟି, ୯୪୯୧ ଜଣ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯିବ

୫୫୦୯ ଏସ୍‌ସି/ଏସ୍‌ଟି, ୯୪୯୧ ଜଣ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯିବ

ଲାପଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯-୨୦ ବର୍ଷ ପାଇଁ ଲାପଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ୧୦ ଜଣ ଯୁକ୍ତ ଦୁଇ ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପଟପ୍ ପ୍ରଦାନ କରି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି।

ଏହି ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ, ବିଜୁ ସଶକ୍ତୀକରଣ ଯୋଜନାରେ ଏବେସୁଦ୍ଧା ୯୦ ହଜାର ୨୦୩ଟି ଲାପଟପ୍ ବଣ୍ଟନ ହେଲାଣି। ବିଭାଗୀୟ ସଚିବ ଶାଶ୍ବତ ମିଶ୍ର ସୂଚନା ଦେଇ କହିଥିଲେ, ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୫ ହଜାର ଛାତ୍ରଛାତ୍ରୀଙ୍କୁ ଲାପଟପ୍ ବଣ୍ଟନ କରାଯିବ। ଏଥିରୁ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ୫ ହଜାର ୫୦୯ ଜଣ ଛାତ୍ରଛାତ୍ରୀ ଏବଂ ସାଧାରଣ ବର୍ଗର ୯ ହଜାର ୪୯୧ ଜଣ ଛାତ୍ରଛାତ୍ରୀ ଅଛନ୍ତି। ବିଜୁ ସଶକ୍ତୀକରଣ ଯୋଜନାରେ ଯୁକ୍ତ ଦୁଇ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ୨୦୧୩ ମସିହାରୁ ମାଗଣାରେ ଲାପଟପ୍ ବଣ୍ଟନ କରାଯାଇଛି। ଚଳିତବର୍ଷ ଏଥିପାଇଁ ଚୟନ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇ ରାଜ୍ୟସ୍ତରୀୟ ମେଧା ତାଲିକା ପରିବର୍ତ୍ତେ ଜିଲ୍ଲାସ୍ତରୀୟ ମେଧା ତାଲିକା ପ୍ରସ୍ତୁତ କରାଯାଇଛି। ଏହାଦ୍ବାରା ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ଛାତ୍ରଛାତ୍ରୀ ଏଥିରେ ସାମିଲ ହୋଇପାରିଛନ୍ତି। ଚଳିତବର୍ଷ ଓକାକ୍ ମାଧ୍ୟମରେ ଲାପଟପ୍ ସଂଗ୍ରହ କରାଯାଇ ୩୦ଟି ନୋଡାଲ୍ ସେଣ୍ଟରକୁ ବଣ୍ଟନ ପାଇଁ ପଠାଯାଇଛି।

ଏହି କାର୍ଯ୍ୟକ୍ରମରେ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଉପଦେଷ୍ଟା ଆର୍. ବାଲକ୍ରିଷ୍ଣନ୍ ଏବଂ ଉଚ୍ଚଶିକ୍ଷା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe