ମାଟ୍ରିକ ପରୀକ୍ଷାକୁ ନେଇ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

Advertisment
ମାଟ୍ରିକ ପରୀକ୍ଷାକୁ ନେଇ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମାଟ୍ରିକ ପରୀକ୍ଷାକୁ ନେଇ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେବଳ ମାଟ୍ରିକ ନୁହେଁ ବରଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ। କରୋନା କାୟା ମେଲାଉଥିବା ବେଳେ ହେବାକୁ ଥିବା ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାବଦରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ।

ଏହାପୂର୍ବରୁ ଗତକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନେଇଥିଲେ କେନ୍ଦ୍ର ସରକାର। ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ତେଣୁ ରାଜ୍ୟ ସରକାର ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାବଦରେ ବଡ଼ ନିଷ୍ପତ୍ତି ନେଇପାରନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe