ନୂଆଦିଲ୍ଲୀ: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବିଜେଡି ସାଂସଦଙ୍କ ସହ ଦ୍ରୌପଦୀଙ୍କୁ ଭେଟିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ନବୀନ ଶୁଭେଚ୍ଛା ଜଣାଇଛନ୍ତି। ଜୁଲାଇ ୨୫ରେ ସଂସଦର ସେଣ୍ଟ୍ରାଲ ହଲ୍ରେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ସାମିଲ୍ ହେବେ।
/sambad/media/post_attachments/wp-content/uploads/2022/07/5628bff8-019d-4b8f-aacf-582a1eca8271.jpg)
ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲା ପରେ ମୁଖ୍ୟମନ୍ତ୍ରୀ ନବୀନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଓ ଶୁଭକାମନା ଜଣାଇଲି। ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହୋଇଥିବାରୁ ମୁଁ ବହୁତ ଖୁସି ଅନୁଭବ କରୁଛି। ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ହେବା ନେଇ ବହୁତ ଆନନ୍ଦିତ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି। ଏଥି ସହିତ ସେ କହିଛନ୍ତି ଯେ, ଆସନ୍ତାକାଲି ହେବାକୁ ଥିବା ନବନିର୍ବାଚିତ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତି ରହିବି।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ନିର୍ବାଚନ ପାଇଁ ଗତ ୧୮ ତାରିଖ ଦିନ ଭୋଟିଂ ହୋଇଥିଲା। ଜୁଲାଇ ୨୧ ତାରିଖରେ ଭୋଟ ଗଣତି ହୋଇଥିଲା। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ଦ୍ରୌପଦୀ ମୁର୍ମୁ ବିଜୟୀ ହେଲା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଶୁଭେଚ୍ଛା ଜଣାଇଥିଲେ। ପ୍ରକୃତରେ ଓଡିଶାବାସୀଙ୍କ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ଯେ ସେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ପାଇଁ ନିର୍ବାଚିତ ହୋଇଛନ୍ତି। ଦେଶର ପ୍ରଥମ ନାଗରିକ ହେବା ପାଇଁ ତାଙ୍କର ଯାତ୍ରା ପ୍ରକୃତରେ ପ୍ରେରଣାଦାୟକ ଏବଂ ଏହି ଯାତ୍ରା ମହିଳା ସଶକ୍ତିକରଣର ଏକ ଉଜ୍ଜ୍ୱଳ ଉଦାହରଣ। ଆଗକୁ ଏକ ପୂର୍ଣ୍ଣ କାର୍ଯ୍ୟକାଳ ପାଇଁ ତାଙ୍କୁ ବହୁତ ଶୁଭେଚ୍ଛା ଜଣାଉଛି ବୋଲି ନବୀନ କହିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/f419a164-0ab2-4b61-95fc-453f4d943d4a.jpg)