ଝାରବନ୍ଧ/ପଦ୍ମପୁର/ପାଇକମାଳ: ଆଜି ପୁଣି ଥରେ ବରଗଡ଼ ଜିଲ୍ଲାର ଝାରବନ୍ଧ, ପଦ୍ମପୁର ଓ ପାଇକମାଳ ଆସି ମୁଁ ବହୁତ ଖୁସି ଅନୁଭବ କରୁଛି। ଗତବର୍ଷ ଡିସେମ୍ବର ମାସରେ ମୁଁ ଆପଣମାନଙ୍କୁ ଭେଟିଥିଲି। ଆପଣମାନଙ୍କ ବିପୁଳ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ମୋତେ ଅଭିଭୂତ କରିଛି। ଏଥିପାଇଁ ମୁଁ ସବୁବେଳେ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର କହିଛନ୍ତି। ପଦ୍ମପୁର ଉପନିର୍ବାଚନର ୩ଟି ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଆଜିର ଏହି ସଭାରେ ଆମର ମା’ମାନେ ବହୁ ସଂଖ୍ୟାରେ ଉପସ୍ଥିତ ଅଛନ୍ତି। ମିଶନ ଶକ୍ତିରେ ସେମାନେ ବହୁତ ଭଲ କାମ କରୁଛନ୍ତି। ଆଜି ଏଠାରେ ମା’ମାନଙ୍କ ପାଇଁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ଦିଆଯାଉଛି । ମୋର ଆଶା ଆପଣମାନେ ଏହି ଟଙ୍କାରେ ଭଲ ଉଦ୍ୟୋଗୀ ହୋଇ ସୁନାମ କରିବେ।
/sambad/media/post_attachments/wp-content/uploads/2023/02/92ffc2ac-5cca-4db1-bd3c-555ea9dd5c53.jpg)
ଗତ ଥର ମୁଁ ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ କିଛି ଘୋଷଣା କରିଥିଲି। ସେଥିରୁ ପାଇକମାଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କରାଯାଇଛି । ଚକ୍ରଧର ଡ୍ୟାମ କାମ ଆରମ୍ଭ ହୋଇସାରିଛି । ୧୩୩/୧୧ କେଭି ସବ୍ଷ୍ଟେସନ ପାଇଁ ଜମି ଚିହ୍ନଟ ହୋଇସାରିଛି। ମୁଁ କଥା ନୁହେଁ, କାମରେ ବିଶ୍ବାସ କରେ। ଗତ ଡିସେମ୍ବରରେ ପଦ୍ମପୁର ଜିଲ୍ଲା ବିଷୟ ମୁଁ ଘୋଷଣା କରିଥିଲି। ଏହା ଏକ ବର୍ଷ ମଧ୍ୟରେ ନିଶ୍ଚୟ କରାଯିବ। ବାକି ସବୁ କାମ ସମୟ ଭିତରେ କରାଯିବ।
ଆପଣ ମାନେ ଜାଣନ୍ତି ଗତ ଉପନିର୍ବାଚନ ସମୟରେ ଦିଲ୍ଲୀରୁ କେନ୍ଦ୍ରମନ୍ତ୍ରୀମାନେ ପଦ୍ମପୁର ଆସିଥିଲେ ଏବଂ ଆପଣମାନଙ୍କୁ ଧାନରେ ଏମ୍ଏସ୍ପି ବୃଦ୍ଧି, ଫସଲ ବୀମା, ରେଳଲାଇନ୍ ଓ କେନ୍ଦୁ ପତ୍ର ଉପରେ ଜିଏସ୍ଟି ନେଇ ଅନେକ ପ୍ରତିଶ୍ରୁତି ଦେଇଥିଲେ। ପ୍ରଭୁ ନୃସିଂହନାଥଙ୍କ ନିକଟରେ ମୋର ବିନମ୍ର ପ୍ରାର୍ଥନା ଯେ ମାନ୍ୟବର କେନ୍ଦ୍ରମନ୍ତ୍ରୀମାନଙ୍କୁ ସେମାନଙ୍କ ପ୍ରତିଶ୍ରୁତି ବିଷୟରେ ପ୍ରଭୁ ଟିକେ ମନେ ପକାଇ ଦିଅନ୍ତୁ।
ଆପଣଙ୍କ ଅଞ୍ଚଳର ବିକାଶ ପାଇଁ ମୁଁ ୬୪ କୋଟି ଟଙ୍କା ମଂଜୁର କରିଛି। ଗତ ଉପନିର୍ବାଚନ ସମୟରେ ଆପଣମାନେ ମୋତେ ଭେଟିଥିଲେ। ପ୍ରତି ପଞ୍ଚାୟତ, ପ୍ରତି ଏନ୍ଏସି ଓ ପ୍ରତି ୱାର୍ଡର ବିକାଶ ପାଇଁ ଆପଣମାନେ ମୋତେ ପ୍ରସ୍ତାବ ଦେଇଥିଲେ। ମୁଁ ଖୁସି ଯେ ସେହି ପ୍ରସ୍ତାବକୁ ଭିତ୍ତିକରି ଏ ଟଙ୍କା ମଂଜୁରୀ କରାଯାଇଛି । ଲୋକଙ୍କ ପ୍ରସ୍ତାବକୁ ଭିତ୍ତିକରି ଟଙ୍କା ମଂଜୁରୀ କରାଯିବା, ଓଡିଶା ଇତିହାସରେ ପ୍ରଥମ। ମୋର ପୁରା ବିଶ୍ବାସ ଏ ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏହା ସହାୟକ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/d89fe674-3f2a-4188-af25-260a51a0ee34.jpg)