ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ଦିଲ୍ଲୀ ବାହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଗତ ୯ ସପ୍ତାହ ଧରି ଦିଲ୍ଲୀର ଏମ୍‌ସରେ ଚିକିତ୍ସିତ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ଚିନ୍ତାଜନକ ରହିଛି।  ସଙ୍କଟଜନକ ଅବସ୍ଥାରେ ଲାଇଫ୍‌ ସପୋର୍ଟ ସିଷ୍ଟମରେ ଥିବା ବାଜପେୟୀଙ୍କୁ ଭେଟିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ଣରେ ଦିଲ୍ଲୀ ଯାଉଛନ୍ତି। ଏ ସମ୍ପର୍କରେ ଆଜି ସଚିବାଳୟ ଠାରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ସେ ଅଟଳବିହାରୀ ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱରେ ଦୁଇ ବର୍ଷ ପାଇଁ କେନ୍ଦ୍ର ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ଏହି ସମୟରେ ସେ ଅଟଳ ବିହାରୀ ବାଜପେୟୀଙ୍କ ଉତୁଙ୍ଗ ବ୍ୟକ୍ତିତ୍ୱକୁ ନିକଟରୁ ଜାଣିବାର ସୁଯୋଗ ପାଇଥିଲେ  ବୋଲି ଶ୍ରୀ ପଟ୍ଟନାୟକ କହିବା ସହିତ ତାଙ୍କ ସ୍ୱାସ୍ଥ୍ୟାବସ୍ଥାର ଶୀଘ୍ର ସୁଧାର ଆସିବ ବୋଲି ଅଶାବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ ବିଜୁ ପଟ୍ଟନାୟକଙ୍କ ପରଲୋକ ପରେ ନବୀନ ପଟ୍ଟନାୟକ ଆସ୍କା ଲୋକସଭା ଆସନରୁ ନିର୍ବାଚିତ ହୋଇ ତାଙ୍କ ରାଜନୈତିକ ଜୀବନ ଆରମ୍ଭ କରିଥିଲେ ଓ କେନ୍ଦ୍ରରେ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱାଧୀନ ସରକାରରେ ଖଣି ଓ ଇସ୍ପାତ ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରାଳୟର କ୍ୟାବିନେଟ ମନ୍ତ୍ରୀ ହୋଇଥିଲେ।

ସମ୍ବନ୍ଧିତ ଖବର