ନୂଆଦିଲ୍ଲୀରେ ପହଂଚିଲେ ମୁଖ୍ୟମନ୍ତ୍ରୀ ନବୀନ, ୧୧ରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

Advertisment
ନବୀନଙ୍କୁ ଶୁଭେଚ୍ଛାର ସୁଅ

ନୂଆଦିଲ୍ଳୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ଆଜି ମଧ୍ୟାହ୍ଣରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବାହାରି ଥିଲେ। ମୁଖ୍ୟମନ୍ତ୍ରୀ ନବୀନଙ୍କ ଏହି ଗସ୍ତ ଏକ ସପ୍ତାହ ପାଇଁ ବୋଲି ଜଣାପଡ଼ିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ପହଞ୍ଚିବା ପରେ ନବୀନ ନିଜର ପ୍ରତିକ୍ରିୟାରେ କହିଛନ୍ତି, ୧୧ରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ଫନି କ୍ଷତି ନେଇ ଆଲୋଚନା କରିବି। ୧୫ରେ ନୀତି ଆୟୋଗ ବୈଠକରେ ଯୋଗ ଦେବି। ରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କାର୍ଯ୍ୟକ୍ରମ ରହିଛି।

ଗସ୍ତ କାଳରେ ନବୀନ ପଟ୍ଟନାୟକ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ରାଜ୍ୟର ବିକାଶ ମୂଳକ କାର୍ଯ୍ୟକୁ ତ୍ୱରାନ୍ଵିତ କରିବା ନେଇ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା କରିବେ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସହିତ ନବୀନ ନୀତି ଆୟୋଗର ବୈଠକରେ ଯୋଗଦେବେ।

ନବୀନ ଜୁନ ୧୧ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ଜୁନ ୧୫ ଅପରାହ୍ଣରେ ନବୀନ ନୀତି ଆୟୋଗର ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେ ନୀତି ଆୟୋଗର ବୈଠକ ପରେ ନୂଆଦିଲ୍ଲୀରୁ ସନ୍ଧ୍ୟାରେ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରଖିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe