ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ

କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଐତିହାସିକ ବାରବାଟୀ ଷ୍ଟାଡିୟମ୍‌ରେ କ୍ରିକେଟ ମ୍ୟାଚ୍‌ ଦେଖିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତ-ଦକ୍ଷିଣ ଆଫ୍ରିକା ୨ୟ ଟି-୨୦ ମ୍ୟାଚକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ସନ୍ଧ୍ୟା ୭ଟାରେ ବାରବାଟୀରେ ମ୍ୟାଚ ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ବେଲ୍ ବଜାଇ ଏହି ମ୍ୟାଚ୍‌ ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପାଖରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ସଭାପତି ସୌରଭ ଗାଙ୍ଗୁଲି ଓ ୫ଟି ସଚିବ ଭିକେ ପାଣ୍ଡିଆନ୍‌ ଉପସ୍ଥିତ ଥିଲେ। ସେହିପରିବାରବାଟୀରେ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତରୁଣକାନ୍ତି ବେହେରା, କଟକ ମେୟାର ସୁବାସ ସିଂହ ପ୍ରମୁଖ ମ୍ୟାଚ ଦେଖିଛନ୍ତି।

 

ମୁଖ୍ୟମନ୍ତ୍ରୀ ନବୀନ କ୍ରିକେଟ ମ୍ୟାଚ ଦେଖିବା ପାଇଁ ବାରବାଟୀ ଷ୍ଟାଡିୟମ ଯିବା ପୂର୍ବରୁ ନବୀନ ନିବାସରେ ତାଙ୍କୁ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି  ଭେଟିଥିଲେ। ଗାଙ୍ଗୁଲିଙ୍କୁ ଭେଟି ନବୀନ ଖୁସି ଅନୁଭବ କରିଥିଲେ। ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା ବୋଲି ଗାଙ୍ଗୁଲି କହିଛନ୍ତି। ଏହି ଅବସରରେ ୫ଟି ସଚିବ ଭିକେ ପାଣ୍ଡିଆନ, ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ସଂପାଦକ ସଂଜୟ ବେହେରା ଓ ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଦେବାଶିଷ ମହାନ୍ତି ଉପସ୍ଥିତ ଥିଲେ।

ବାରବାଟୀରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିଣିଛି। ଅତିଥି ଟିମ୍‌ ପ୍ରଥମେ ବୋଲିଂ କରିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ଭାରତ ବ୍ୟାଟିଂ କରୁଛି।

ସମ୍ବନ୍ଧିତ ଖବର