କେରେଡ଼ାଗଡ଼ରେ ଜଳଯୋଗାଣ ପାଇଁ ୨୦ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ସ୍ଥାପନ ହେବ ୨ଟି ପାଣି ଟାଙ୍କି

Advertisment

୫ଟି ଅଧ୍ୟକ୍ଷ ଭି କାର୍ତ୍ତିକେୟ ପାଣ୍ଡିଆନ୍‌ଙ୍କ ଗସ୍ତର ୨୪ ଘଣ୍ଟା ମଧ୍ୟରେ ଅର୍ଥ ମଂଜୁର

୫ଟି ଅଧ୍ୟକ୍ଷ ଭି କାର୍ତ୍ତିକେୟ ପାଣ୍ଡିଆନ୍‌ଙ୍କ ଗସ୍ତର ୨୪ ଘଣ୍ଟା ମଧ୍ୟରେ ଅର୍ଥ ମଂଜୁର

କେରେଡ଼ାଗଡ଼ରେ ଜଳଯୋଗାଣ ପାଇଁ ୨୦ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ସ୍ଥାପନ ହେବ ୨ଟି ପାଣି ଟାଙ୍କି

ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲା କେରେଡ଼ାଗଡ଼ରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡ଼ାଗଡ଼ ପ୍ରାଥମିକ ବିଦ୍ୟାଳୟ ଏବଂ କେରେଡ଼ାଗଡ଼ ଗ୍ରାମ ପଞ୍ଚାୟତରେ ୨ଟି ପାଣି ଟାଙ୍କି ସ୍ଥାପନ କରାଯିବ।

ସୂଚନାଯୋଗ୍ୟ ଯେ ଗତ ୧୮ ତାରିଖ ଦିନ ଅର୍ଥାତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇ କେରେଡ଼ାଗଡ଼ବାସୀଙ୍କ ଏହି ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବାପରେ ଆଜି ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି’ରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ୨ଟିର କାର୍ଯ୍ୟ ଯଥା ଶୀଘ୍ର ସମ୍ପନ୍ନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜନଅଭିଯୋଗର ସମାଧାନ କେରେଡାଗଡବାସୀଙ୍କ ପାଇଁ ଏକ ବିରଳ ଅନୁଭୁତି।

ରାଜ୍ୟ ସରକାରଙ୍କର ଏହି ତ୍ୱରିତ ପଦକ୍ଷେପ ପାଇଁ କେରେଡ଼ାଗଡ଼ବାସୀ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇବା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe