ନୂଆଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ; ୨୦ରେ ବିଦେଶ ଗସ୍ତ, ୨୬ ତାରିଖରେ ପୋପ୍‌ଙ୍କୁ ଭେଟିବେ

Advertisment
ନୂଆଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ; ୨୦ରେ ବିଦେଶ ଗସ୍ତ, ୨୬ ତାରିଖରେ ପୋପ୍‌ଙ୍କୁ ଭେଟିବେ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ୨୦ ତାରିଖରେ ବିଦେଶ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ତାଙ୍କ ୧୩ ଦିନିଆ ଗସ୍ତ ସାରି ୩୦ ତାରିଖରେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।  ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେଲାପରେ ଶ୍ରୀ ପଟ୍ଟନାୟକଙ୍କର ଏହା ଦ୍ବିତୀୟ ବିଦେଶ ଗସ୍ତ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଅପରାହ୍ନ ସାଢ଼େ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ସେଠାରୁ ୨୦ ତାରିଖ ଅପରାହ୍ନରେ ଇଟାଲୀର ରୋମ୍ ଅଭିମୁଖେ ଯିବେ। ୨୬ ତାରିଖ ଯାଏ ସେ ରୋମରେ ଅବସ୍ଥାନ କରିବେ ଏବଂ ଅବସ୍ଥାନ କାଳରେ ଭାଟିକାନସିଟି ଯାଇ ପୋପ ଫ୍ରାନ୍ସିସଙ୍କୁ ଭେଟିବେ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନସଚିବ ସୁରେଶ ମହାପାତ୍ର, ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଖାଦ୍ୟ ଓଯୋଗାଣ ବିଭାଗର ପ୍ରମୁଖ ସଚିବ ଭି.ଭି.ଯାଦବ  ଓ ଶିଳ୍ପ ସଚିବ ହେମନ୍ତ ଶର୍ମା ମଧ୍ୟ ବିଦେଶ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ରୋମ୍‌ସ୍ଥିତ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମ(ୱାଲର୍ଡ ଫୁଡ୍ ପ୍ରୋଗ୍ରାମ) ମୁଖ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ। ୱାଲର୍ଡ ଫୁଡ୍ ପ୍ରୋଗ୍ରାମ ଆମନ୍ତ୍ରଣରେ ମୁଖ୍ୟମନ୍ତ୍ରୀ ରୋମ୍ ଗସ୍ତ କରୁଥିବା ବେଳେ ସେଠାରେ ଓଡ଼ିଶା ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ହାସଲ କରିଥିବା ସଫଳତା ସଂପର୍କରେ ଆଲୋକପାତ କରିବେ।

୨୬ ତାରିଖ ଅପରାହ୍ନ ସାଢ଼େ ୩ଟାରେ ମୁଖ୍ୟମନ୍ତ୍ରୀ ରୋମରୁ ଦୁବାଇ ଅଭିମୁଖେ ଗସ୍ତ କରିବେ। ଦୁବାଇରେ ୨୯ ତାରିଖରେ ଭାରତ ସରକାର ଓ ଫିକିର ମିଳିତ ଆନୁକୂଲ୍ୟରେ ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ସେ ଯୋଗ ଦେବେ। ୩୦ ତାରିଖ ଅପରାହ୍ନ ୩ଟା ୨୫ରେ ଦୁବାଇରୁ ନୂଆଦିଲ୍ଲୀ ଅଭିମୁଖେ ଆସିବେ। ସେହିଦିନ ରାତିରେ ହିଁ ସେ ଭୁବନେଶ୍ବର ଫେରିଆସିବାର କାର୍ଯ୍ୟକ୍ରମ ରହିଛି। ରୋମ୍ ଏବଂ ଦୁବାଇରେ ମୁଖ୍ୟମନ୍ତ୍ରୀ ପ୍ରବାସୀଓଡ଼ିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe