ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Advertisment
ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭାରତର ୧୫ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବା ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରକୃତରେ ଓଡିଶାବାସୀଙ୍କ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ଯେ ସେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ପାଇଁ ନିର୍ବାଚିତ ହୋଇଛନ୍ତି। ଦେଶର ପ୍ରଥମ ନାଗରିକ ହେବା ପାଇଁ ତାଙ୍କର ଯାତ୍ରା ପ୍ରକୃତରେ ପ୍ରେରଣାଦାୟକ ଏବଂ ଏହି ଯାତ୍ରା ମହିଳା ସଶକ୍ତିକରଣର ଏକ ଉଜ୍ଜ୍ୱଳ ଉଦାହରଣ। ଆଗକୁ ଏକ ପୂର୍ଣ୍ଣ କାର୍ଯ୍ୟକାଳ ପାଇଁ ତାଙ୍କୁ ବହୁତ ଶୁଭେଚ୍ଛା ଜଣାଉଛି ବୋଲି ନବୀନ କହିଛନ୍ତି।

ସୂଚନାଯୋଗ୍ୟ, ଗତ ଜୁନ୍‌ ୨୧ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯେତେବେଳେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା କରିଥିଲେ, ନବୀନ ପଟ୍ଟନାୟକ ବହୁତ ଖୁସି ଅନୁଭବ କରିଥିଲେ। ଦ୍ରେପଦୀଙ୍କୁ ସେ ଓ ବିଜୁ ଜନତା ଦଳ ସମର୍ଥନ କରିବ ବୋଲି ସେ କହିଥିଲେ। କେବଳ ସେତିକି ନୁହେଁ, ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରାଇବାରେ ଓଡ଼ିଶାର ମଙ୍ଗୁଆଳ ସାଜିଥିଲେ। ସେ ରାଜ୍ୟର ସମସ୍ତ ସାଂସଦ ଓ ବିଧାୟକଙ୍କୁ ଦ୍ରୌପଦୀଙ୍କୁ ସମର୍ଥନ ଜଣାଇବା ପାଇଁ ଅପିଲ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe