ଉପନିର୍ବାଚନରେ ବିପୁଳ ବିଜୟ ପରେ ବ୍ରଜରାଜନଗରବାସୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡି ସୁପ୍ରିମୋ

Advertisment
ଉପନିର୍ବାଚନରେ ବିପୁଳ ବିଜୟ ପରେ ବ୍ରଜରାଜନଗରବାସୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ହୋଇଛି। ଉପନିର୍ବାଚନରେ ବିଜୟ ହାସଲ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ଯେ, ଅକୁଣ୍ଠ ଭଲପାଇବା ଦେଇଥିବାରୁ ବ୍ରଜରାଜନଗରବାସୀଙ୍କୁ ମୋର କୃତଜ୍ଞତା ସହ ନିଷ୍ଠାପର ଉଦ୍ୟମ କରିଥିବା ସମସ୍ତ କର୍ମୀ ଭାଇଭଉଣୀଙ୍କୁ ଧନ୍ୟବାଦ ଜଣାଉଛି। ଏହି ବିଜୟ ଆମର ସେବା ସଙ୍କଳ୍ପକୁ ଆହୁରି ଦୃଢ କରିଛି।

ସୂଚନାଯୋଗ୍ୟ, ଗତମାସ ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯାଇଥିଲା। ଆଜି ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ହୋଇଥିଲା। ଭୋଟ ଗଣତି ପରେ ଫଳାଫଳ ଆସିଛି ଏବଂ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ୬୬ ହଜାରରୁ ଅଧିକ ଭୋଟରେ ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସର ପ୍ରାର୍ଥୀ କିଶୋର ପଟେଲଙ୍କୁ ପରାସ୍ତ କରିଛନ୍ତି । ବିଜେପି ଏଠାରେ ତୃତୀୟ ସ୍ଥାନରେ ରହିଛି । ଅଳକା ମହାନ୍ତିଙ୍କୁ ମୋଟ୍ ୯୩ହଜାର ୭୯୦ ଭୋଟ୍ ମିଳିଛି । ଦ୍ୱିତୀୟ ସ୍ଥାନରେ ରହିଲେ କଂଗ୍ରେସ ପ୍ରାର୍ଥୀ । କିଶୋର ପଟେଲଙ୍କୁ ୨୭ହଜାର ୫୬୫ ଭୋଟ୍ ମିଳିଛି । ତୃତୀୟ ସ୍ଥାନରେ ବିଜେପିର ରାଧାରାଣୀ ପଣ୍ଡା ରହିଛନ୍ତି । ରାଧାରାଣୀ ପଣ୍ଡାଙ୍କୁ ୨୨ହଜାର ୩୧୬ ଭୋଟ୍ ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe