ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀରେ ପବିତ୍ର ରଥଯାତ୍ରା ଜାରି ରହିଛି । ଏହି ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟୁଇଟ କରି ନବୀନ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଂକଟ ଶୀଘ୍ର ଦୂର ହେଉ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।
Sambad is now on WhatsApp
Join and get latest news updates delivered to you via WhatsApp
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ। ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି। #ରଥଯାତ୍ରା୨୦୨୧ pic.twitter.com/lbFMULZz7k
— Naveen Patnaik (@Naveen_Odisha) July 12, 2021
ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଜନସାଧାରଣ ତଥା ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ଆଶା କରୁଛି ଯେ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତ ଦେଶବାସୀଙ୍କ ଜୀବନ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟରେ ପରିପୂର୍ଣ୍ଣ ରହିବ ।
Greetings to everyone on the special occasion of the Rath Yatra. We bow to Lord Jagannath and pray that his blessings bring good health and prosperity in everyone’s lives. Jai Jagannath!
— Narendra Modi (@narendramodi) July 12, 2021
ସେହିପରି ପ୍ରଧାନମନ୍ତ୍ରୀ ଟୁଇଟରେ କହିଛନ୍ତି, ସମସ୍ତଙ୍କ ଜୀବନ ସୁଖମୟ ହେଉ ।