କୁନ୍ଦୁଲି ନାବାଳିକା ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ଘଟଣାର ତଦନ୍ତ ପାଇଁ ଏସଆଇଟି ଗଠନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୁନ୍ଦୁଲି ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ଘଟଣା ନେଇ ପୂର୍ବରୁ ବିଚାର ବିଭାଗୀୟ ତଦନ୍ତ ଦିଆ ସରିଥିଲେ ମଧ୍ୟ ଏହାକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ତେବେ ତଦନ୍ତକୁ ନିରପେକ୍ଷ ଓ ଅବାଧ କରିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସଆଇଟି (ସ୍ପେସାଲ ଇନଭେଷ୍ଟିଗେସନ୍‌ ଟିମ) ଗଠନ କରିଛନ୍ତି। ଏହି ଟିମ୍‌ ମାନ୍ୟବର କୋର୍ଟଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି ଟିମ୍‌ ତଦନ୍ତ କରିବ।
ମୁଖ୍ୟମନ୍ତ୍ରୀ ଏସଆଇଟି ଗଠନ ନେଇ କହିଛନ୍ତି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଉଛି। ସେହିପରି ହାଇକୋର୍ଟଙ୍କ ଦ୍ୱାରା ମନୋନୀତ ଜଣେ ବିଚାରପତିଙ୍କ ଦ୍ୱାରା ଘଟଣାର ନ୍ୟାୟିକ ତଦନ୍ତ ପାଇଁ ମଧ୍ୟ ଅନୁରୋଧ କରାଯାଇଛି। ତେବେ ନାବାଳିକାଙ୍କ ମୃତ୍ୟୁ ପରେ ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଓ ରାଜ୍ୟର ସମସ୍ତ ମହିଳାମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏ ନେଇ ଏକ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ମାନ୍ୟବର କୋର୍ଟଙ୍କ ନିରିକ୍ଷଣରେ ତଦନ୍ତ କରି ତୁରନ୍ତ ଏ ସମ୍ପର୍କିତ ରିପୋର୍ଟ ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛିି।

ସମ୍ବନ୍ଧିତ ଖବର