ଏକାମ୍ର କ୍ଷେତ୍ର ବିକାଶର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠ, ବିରଜା ମନ୍ଦିର ଉନ୍ନତୀକରଣର ବି ଅନୁଧ୍ୟାନ କଲେ

Advertisment

ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି....

ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି....

sfhfshhfsxxbb

ଭୁବନେଶ୍ବର: ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି, ଘଟଗାଁ ମା’ ତାରିଣୀ ମନ୍ଦିରର ବିକାଶ କାର୍ଯ୍ୟ ୫୯ ଏକର ପରିମିତ ଅଞ୍ଚଳରେ ୪ଟି ପର୍ଯ୍ୟାୟରେ କାର୍ଯ୍ୟକାରୀ କରାଯାଉଛି। ଅଢ଼େଇ ବର୍ଷ ମଧ୍ୟରେ ଏହି ଉନ୍ନତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ ବୋଲି ଲକ୍ଷ୍ୟ ରଖାଯାଇଛି। ଘଟଗାଁ ମା’ ତାରିଣୀଙ୍କ ପୀଠରେ ୨୦୦ ଶଯ୍ୟା ବିଶିଷ୍ଟ ଏକ ଯାତ୍ରୀନିବାସ, ୩୦୦ ସିଟ୍ ବିଶିଷ୍ଟ ବ୍ୟାଖ୍ୟାନ କେନ୍ଦ୍ର, ନଡ଼ିଆ ଗୋଦାମ, ୫୦୦ ସିଟ୍ ବିଶିଷ୍ଟ ପ୍ରସାଦ ସେବନ ଗୃହ, ଫୁଡ୍‌ ପ୍ଲାଜା, ପାର୍କିଂ ସୁବିଧା, ମାର୍କେଟ କମ୍ପ୍ଲେକ୍ସ, ଡ୍ରେନେଜ୍ ବ୍ୟବସ୍ଥା, ପୁଷ୍କରିଣୀ ଓ ରାସ୍ତା ଉନ୍ନତୀକରଣ କାର୍ଯ୍ୟ କରାଯିବ। ମନ୍ଦିର କମିଟି ସହିତ ଆଲୋଚନା କରି ଏ ସବୁ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହ ଘଟଗାଁ ମନ୍ଦିର ଚତୁଃପାର୍ଶ୍ୱରେ ଥିବା ଦୋକାନଗୁଡ଼ିକୁ ମାର୍କେଟ କମ୍ପ୍ଲେକ୍ସରେ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। 

ସେହିଭଳି ପ୍ରସିଦ୍ଧ ଶକ୍ତି ପୀଠ ଯାଜପୁରର ମା’ ବିରଜାଙ୍କ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ୪ଟି ପର୍ଯ୍ୟାୟରେ ଆରମ୍ଭ ହୋଇଛି। ଏଥିରେ ମନ୍ଦିର ପରିସର ସୌନ୍ଦର୍ଯ୍ୟକରଣ, ମନ୍ଦିର ଚତୁଃପାର୍ଶ୍ୱ ବିକାଶ, ବିରଜା ହାଟ ସ୍ଥାପନ, ବ୍ରହ୍ମକୁଣ୍ଡର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, ବ୍ୟାଖ୍ୟାନ କେନ୍ଦ୍ର, ଧର୍ମଶାଳା, ହାତୀ ପୋଖରୀ ପୁନରୁଦ୍ଧାର ଓ ଶ୍ରଦ୍ଧାଳୁଙ୍କ ପାଇଁ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କାର୍ଯ୍ୟ ଅନ୍ତର୍ଭୁକ୍ତ। ଆହୁରି ମଧ୍ୟ ପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର ଉନ୍ନତିମୂଳକ କାର୍ଯ୍ୟ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ପ୍ରଭୁ ଲିଙ୍ଗରାଜଙ୍କ କ୍ଷେତ୍ରରେ ଟ୍ରାଫିକ ସମସ୍ୟାକୁ ଦୂର କରିବା ପାଇଁ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମନ୍ଦିର ଚତୁଃପାର୍ଶ୍ୱର ରାସ୍ତା ଉନ୍ନତୀକରଣ କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏକାମ୍ର କ୍ଷେତ୍ର ହେଉଛି ଭାରତ ବର୍ଷର ଏକ ପ୍ରାଚୀନ ଶୈବପୀଠ। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଅନେକ ଛୋଟବଡ଼ ମନ୍ଦିର ଅବହେଳିତ ଅବସ୍ଥାରେ ରହିଛି। ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ସହିତ ଆଲୋଚନା କରି ଏ ସବୁ ମନ୍ଦିରଗୁଡ଼ିକର ଉନ୍ନତୀକରଣ କରାଗଲେ, ଏକାମ୍ର କ୍ଷେତ୍ରର ଆଧ୍ୟାତ୍ମିକ ପରିବେଶ ବଜାୟ ରହିବ। ଏହି ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଉନ୍ନୟନ କମିସନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ପର୍ଯ୍ୟଟନ ବିଭାଗର ଶାସନ ସଚିବ ବଲୱନ୍ତ ସିଂହଙ୍କ ସହ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe