କରୋନା ମୁକାବିଲାକୁ ନେଇ ସନ୍ତୋଷ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କରୋନାର ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ସେ କହିଛନ୍ତି, ‘ପରିସଂଖ୍ୟାନ ଦୃଷ୍ଟିରୁ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ଏହା ଏକ ଶୁଭ ଲକ୍ଷଣ ।’ କରୋନା ମୁକାବିଲା ଲାଗି ଯେଉଁମାନେ ଭଲ କାମ କରୁଛନ୍ତି ସେମାନଙ୍କୁ ସାବାସୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଲକଡାଉନ୍ ସମୟରେ ଘରୋଇ ହିଂସା ଉପରେ କଡ଼ା ନଜର ରଖିବାକୁ ପୁଲିସ୍ ମହାନିର୍ଦେଶକଙ୍କୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡ଼ା ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ଼ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀର ପରିବହନ ଜାରି ରହିବ ବୋଲି ସେ କହିଛନ୍ତି।

ସେପଟେ ଲକଡାଉନ ସମୟରେ ଘରୋଇ ହିଂସା ରୋକିବାକୁ କମିଶନରେଟ୍ ପୁଲିସ ନେଇଛି ବଡ ପଦକ୍ଷେପ । ମହିଳାଙ୍କ ପାଇଁ ସବୁ ଥାନାରେ ଜାରି ହେବ ସ୍ୱତନ୍ତ୍ର ନମ୍ବର । ନିର୍ଯାତନା ନେଇ ମହିଳା ଫୋନ କଲେ ଘରକୁ ଯିବ ପୁଲିସ୍ । ପ୍ରଥମେ କାଉନସେଲିଂ କରାଯିବ । ସମାଧାନ ନହେଲେ ମାମଲା ରୁଜୁ ହେବ।  ଏ ନେଇ ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର