ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତଥା ବିଜେଡି ନେତା ସୁବାସ ଚୌହାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ବହୁ ରାଜନେତା ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି ‘ ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

ସମ୍ବନ୍ଧିତ ଖବର