ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫ଟି ଜିଲ୍ଲାରେ ଥିବା କୋଭିଡ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଉପସ୍ଥିତ

ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫ଟି ଜିଲ୍ଲାରେ ଥିବା କୋଭିଡ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା: ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନଗୁଳ, ବରଗଡ଼, ଜଗତସିଂହପୁର, ନବରଙ୍ଗପୁର ଓ ସୁନ୍ଦରଗଡ଼ ଆଦି ୫ଟି ଜିଲ୍ଲାର କୋଭିଡ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଓ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଉପସ୍ଥିତ ଥିଲେ।

ରାଜ୍ୟରେ ପୂର୍ବରୁ ୨୨ ଟି କୋଭିଡ ହସ୍ପିଟାଲ ସ୍ଥାପନ ହୋଇଥିଲା। ଆଜି ଏହି ଜିଲ୍ଳା ଗୁଡିକରେ ୫ଟି ହସ୍ପିଟାଲ୍ ହେବ ପରେ ଏହାର ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଖୁବ୍ ଶୀଘ୍ର ସମସ୍ତ ଜିଲ୍ଲାରେ ଗୋଟିଏ ଲେଖାଏଁ କୋଭିଡ ହସ୍ପିଟାଲ ପ୍ରତିଷ୍ଠା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାସ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe