ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଜାରି, ଆଉ ୪ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଆଜି ୪ ଜଣ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦୁଇ ଜଣଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ଆଉ ଦୁଇ ଜଣଙ୍କର ପେନସନ ସଂକ୍ରାନ୍ତୀୟ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ମୟୁରଭଞ୍ଜ ଜିଲ୍ଲାର ଖୁଣ୍ଟା ଜିଲ୍ଲାରେ କାର୍ଯ୍ୟରତ ତଥା ବଲାଙ୍ଗୀରର ଟିଟିଲାଗଡ଼ ବ୍ଲକର ପୂର୍ବତନ ଏସଇଓ ବଳରାମ ସୁନା ଏବଂ ମହିଳା ଓ ଶିଶୁବିକାଶ ବିଭାଗର ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ କାର୍ଯ୍ୟରତ ଷ୍ଟାଟିସଟିକାଲ ଆସିଷ୍ଟାଣ୍ଟ ବସନ୍ତ କୁମାର ସାହୁଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରିରୁ ବରଖାସ୍ତ କରାଯାଇଛି।

Quora

ସେହିପରି ଭୁବନେଶ୍ବର ବିଇଡିର ପୂର୍ବ ଡିଜିଏମ୍ ଇଲେକ୍ଟ୍ରିକାଲ୍ ଦାମୋଦର ଦାସ ଏବଂ ଅବସରପ୍ରାପ୍ତ ପୁଲିସ ଏ.ଏସ୍‌.ଆଇ ଏମ୍‌. ଜଗନ୍ନାଥ ରାଓଙ୍କର ପେନ୍‌ସନ ଏବଂ ପେନ୍‌ସନଜନିତ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି । ଦୁର୍ନୀତି ଅଭିଯୋଗରେ ଏହି ଦୁଇ ଅଧିକାରୀ ଅଦାଲତ ଦ୍ବାରା ଅଭିଯୁକ୍ତ ହୋଇଥିଲେ । ଏହି ଚାରି ଜଣ ଅଭିଯୁକ୍ତଙ୍କୁ ମିଶାଇ ଗତ ଏକ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ୧୧୭ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋ‌ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇସାରିଛି ।

ସମ୍ବନ୍ଧିତ ଖବର