ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରୁ ଭିଡିଓ କନଫରେନସିଂ ମାଧ୍ୟମରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ଏସପି ଓ ଆରଟିଓମାନଙ୍କ ସହ ନୂଆ ଟ୍ରାଫିକ ଆଇନ ସମ୍ପର୍କରେ ଆଲୋଚନା କରିଥିଲେ | ଦ୍ରୁତ ତଥା ବିପଦପୂର୍ଣ୍ଣ ଭାବରେ ଗାଡି ଚାଳନା କରୁଥିବା, ନିଶାଦ୍ରବ୍ୟ ସେବନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ | ଏଥିପାଇଁ କଡ଼ା ଯାଞ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ଆରଟିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ |
Sambad is now on WhatsApp
Join and get latest news updates delivered to you via WhatsApp
ସେହିପରି ଗାଡିର କାଗଜପତ୍ର, ଡ୍ରାଇଭିଙ୍ଗ ଲାଇସେନ୍ସ, ଯେପରି ଲୋକମାନେ ସୁବିଧାରେ ପାଇପାରିବେ ତାହାକୁ ଦୃଷ୍ଟିରେ ରଖି ଅଧିକ କାଉଣ୍ଟର ଖୋଲିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ | ସେହିପରି ଆରଟିଓ ଅଫିସଗୁଡିକୁ ଦଲାଲ ମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ |
ଓଡ଼ିଶାରେ ପ୍ରତିବର୍ଷ ସଡକ ଦୁର୍ଘଟଣାରେ ୫ ହଜାର ଲୋକ ମୃତ୍ୟୁବରଣ କରୁଥିବାରୁ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଥିଲେ | ତେଣୁ ଏହାକୁ ଅତ୍ୟନ୍ତ ଗୁରୁତର ସହ ନେଇ ସଡକ ଦୁର୍ଘଟଣା ରୋକିବାକୁ ଯୋଜନାବଦ୍ଧ ଭାବରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ |