୨୮ରେ ବେଙ୍ଗାଲୁରୁରେ ଓଡ଼ିଶା ଇନଭେଷ୍ଟରସ ମିଟ୍: ଯୋଗ ଦେବେ ମୁଖ୍ୟମନ୍ତ୍ରୀ

Advertisment
୨୮ରେ ବେଙ୍ଗାଲୁରୁରେ ଓଡ଼ିଶା ଇନଭେଷ୍ଟରସ ମିଟ୍: ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଗାମୀ ୨୮ ତାରିଖରେ ବେଙ୍ଗାଲୁରୁରେ ଓଡ଼ିଶା ଇନଭେଷ୍ଟରସ ମିଟ୍ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଯୋଗ ଦେବେ। ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ଏହି ସୂଚନା ଦେଇଛନ୍ତି।

ଶିଳ୍ପମନ୍ତ୍ରୀ କହିଛନ୍ତି, ମୁମ୍ବାଇ ଭଳି ବେଙ୍ଗାଲୁରୁରେ ବି ମୁଖ୍ୟମନ୍ତ୍ରୀଙ୍କର ୱାନ୍ ଟୁ ୱାନ୍ ଭେଟିବା କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ ଓଡ଼ିଶା ଇନଭେଷ୍ଟରସ ମିଟ୍ ହେବ। ଓଡ଼ିଶାରେ ବିଭିନ୍ନ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ନିମନ୍ତ୍ରଣ ଦିଆଯିବ। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ମେକ ଇନ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe