ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିବେ ବୋଲି ଜଣାଯାଇଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ଉନ୍ନୟନ କମିସନର ଓ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଏହାଛଡା ବୈଠକରେ ସମସ୍ତ ଜିଲ୍ଲାପାଳମାନଙ୍କୁ ମଧ୍ୟ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୀମାନ୍ତବର୍ତ୍ତୀ ଅଞ୍ଚଳ ସମେତ ସହରାଞ୍ଚଳ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ ନିଆଯାଇପାରେ ବୋଲି କୁହାଯାଉଛି।
ଏବେ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଏଭଳିସ୍ଥଳେ ରାଜ୍ୟରେ କରୋନା ଚେନକୁ ଭାଙ୍ଗିବାକୁ ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କରାଯାଇଥିବା ବେଳେ କଟକଣାକୁ କଡ଼ାକଡ଼ି କରାଯାଇଛି। କିଛି ସ୍ଥାନରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯାଇଥିବା ବେଳେ ବଡ଼ ସମାବେଶ ଉପରେ କଟକଣା ଲଗାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧାରୁ ୧୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେଣୁ କରୋନା କାୟା ମେଲାଇବା ପୂର୍ବରୁ କିଭଳି ଏହାକୁ ନିୟନ୍ତ୍ରଣ କରାଯିବ ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଷ୍ଟ୍ରାଟେଜି ପ୍ରସ୍ତୁତ କରାଯିବ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us