updateodisha.com
ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡ଼ି ନେତା ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ବିୟୋଗ ବିଜୁ ଜନତା ଦଳ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏକ ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, “ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ୟ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।“
Follow Us