ଭୁବନେଶ୍ବର : ଅବସରପ୍ରାପ୍ତ ବରିଷ୍ଠ ଓଏଏସ୍ ଅଫିସର ତଥା ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ େଗାପବନ୍ଧୁ ଦାଶଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆବାସିକ କାର୍ଯ୍ୟାଳୟରେ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି(ଓଏସଡି) ଭାବେ ନିଯୁକ୍ତି ମିଳିଛି। ସେ ସ୍ୱତନ୍ତ୍ର ସଚିବ ପାହ୍ୟାର ସମସ୍ତ ସୁବିଧା ସୁଯୋଗ ପାଇବେ। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ନିେର୍ଦଶନାମା ପ୍ରକାଶ ପାଇଛି।
ଉଲ୍ଲେଖଯୋଗ୍ୟ, ସାଧାରଣ ନିର୍ବାଚନ ପୂର୍ବରୁ ଶ୍ରୀ ଦାଶ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ଓ ମାର୍ଚ୍ଚ ୧୧ ତାରିଖରେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତି ମିଳିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/GOPABANDHU-DASH.jpg)