୫ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

୫ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

Skymet Weather

ଭୁବନେଶ୍ୱର: ଆଜିଠାରୁ ପାଞ୍ଚଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି ବୋଲି ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କ କରାଯାଇଛି।

publive-image The Hindu

ସେହିପରି ୯ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ସାମାନ୍ୟ ବର୍ଷା ସହିତ କାଳବୈଶାଖୀ ଆଶଙ୍କା ରହିଥିବା ବେଳେ ଅନ୍ୟ ସବୁ ସ୍ଥାନ ଶୁଖିଲା ରହିବ। ଏଥିସହିତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ସମ୍ଭାବନା ରହିଛି। ଆଜି ଟିଟଲାଗଡ଼ରେ ୪୧.୫ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୮.୮ଡିଗ୍ରି ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe