ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ଶୀତ ଲହରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହିତ କିଛି ଜିଲ୍ଲାରେ କୁହୁଡ଼ି ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।

ଏଯାବତ ରାଜ୍ୟର ଭୁବନେଶ୍ବରରେ ସର୍ବାଧିକ ୨୮.୬ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଝାରସୁଗୁଡ଼ାରେ ୧୦.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ଜାନୁଆରି ୨୮ରୁ ୨୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରି ପ୍ରଭାବିତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଜାନୁଆରି ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବି ଶୀତ ଲହରି ଜାରି ହେବାର ସମ୍ଭାବନା ରହିଛି।

ଏଥିସହିତ ଜାନୁଆରି ୩୦ରୁ ୩୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରି ପ୍ରଭାବିତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର