ବର୍ଷା ପରେ ଲେଉଟିଲା ଶୀତ, ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି

Advertisment
ବର୍ଷା ପରେ ଲେଉଟିଲା ଶୀତ, ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି

Scroll.in

ଭୁବନେଶ୍ୱର: ସାରା ରାଜ୍ୟରେ ତିନିଚାରିଦିନ ହେବ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଥିଲା। ସୋମବାର ଠାରୁ ପାଖ ଶୁଖିଲା ରହିଛି। ବର୍ଷା ଛାଡ଼ିବା ପରେ ପୁଣି ଶୀତ ଫେରିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ଶୀତ ବଢ଼ିଯିବା ସହିତ ଥଣ୍ଡା ପବନ ବହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, ଝାରସୁଗୁଡ଼ା, ବଲାଙ୍ଗୀର ଓ ସମ୍ବଲପୁର ରହିଛି। ଏହି ସମସ୍ତ ଜିଲ୍ଲାକୁ ଶୀତ ଲହରି ପାଇଁ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Image result for Cold wave condition very likely to prevail at one or two places India Today

ସେହିପରି ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲ୍ଲାକୁ କାକର ପାଇଁ ବି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଫେବ୍ରୁଆରି ୧୧ରୁ ୧୨ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଆଦି ଜିଲ୍ଲାକୁ ବି କାକର ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe