ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥଣ୍ଡା ପବନ ଅନୁଭୂତ ହୋଇପାରେ। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାକୁ ପାଣିପାଗ କେନ୍ଦ୍ରପକ୍ଷରୁ ଆସନ୍ତା ୨୪ ଘଣ୍ଟା ପାଇଁ ‌ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି।

Advertisment

ଏଥିସହିତ କଟକ, ଜଗତସିଂହପୁର, ପୁରୀ,କେନ୍ଦ୍ରାପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲା‌ରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ରହିଛି। ଅତ୍ୟାବଶ୍ୟକ କାମଧନ୍ଦା ନଥିଲେ ଭୋର୍ ସକାଳୁ କିମ୍ବା ସନ୍ଧ୍ୟା ପରେ ଲୋକଙ୍କୁ ବାହାରକୁ ଯିବା ଆସିବା ନକରିବାକୁ ବି ପରାମର୍ଶ ଦିଆଯାଇଛି।

ସେହିପରି ଆସନ୍ତା ଫେବ୍ରୁଆରି ୧ରୁ ୨ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଥଣ୍ଡା ପବନ ଅନୁଭୂତ ହେବ। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପୁରୀ, କନ୍ଧମାଳ, ମାଲକାନଗିରି, ଗଞ୍ଜାମ, କୋରାପୁଟ, କଳାହାଣ୍ଡି, ଗଜପତି ଆଦି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିପାରେ।