କମିବ ଶୀତ ଲହରୀ ବଢ଼ିବ ଘନ କୁହୁଡ଼ି

ଭୁବନେଶ୍ୱର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକ ଉପରେ ଶୀତ ଲହରୀ ପ୍ରବାହିତ ହେଉଥିଲା।
ତେବେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବା ଶୀତ ଲହରୀର ପ୍ରଭାବ କମିବାକୁ ଆରମ୍ଭ କରିବ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଆଜି (ଶୁକ୍ରବାର) ବିଳମ୍ବିତ ରାତ୍ରିରୁ ଶୁକ୍ରବାର ବିଳମ୍ବିତ ପ୍ରତ୍ୟୁଷ ପର୍ଯ୍ୟନ୍ତ ରାଜ୍ୟର ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟାଗଡା ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଯାନବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର