ଭୁବନେଶ୍ବର : ଶୁକ୍ରବାରଠାରୁ ପୁଣି ଲେଉଟିବ ଥଣ୍ଡା। ଆଜି ତୁଳନାରେ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ। ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରି ତଳେ ରହିବ। ସ୍ଥାନେ ସ୍ଥାନେ ପ୍ରବଳ ଥଣ୍ଡା ଅନୁଭୂତ ହେବ। ତେବେ ଗୁରୁବାର ପାଗରେ ସେତେଟା ପରିବର୍ତନ ହେବନି। ପୂର୍ବଭଳି ସ୍ଥିତି ଲାଗିରହିବ ଏବଂ କେତେକ ସ୍ଥାନରେ ଘନକୁହୁଡ଼ି ପଡ଼ିବ। ଭଦ୍ରକ, ଯାଜପୁର, ଜଗତ୍ସିଂହପୁର, କଟକ, ଖୋର୍ଧା, କେନ୍ଦ୍ରାପଡ଼ା, ସୋନପୁର, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, କନ୍ଧମାଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବ। ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରି ରେକର୍ଡ କରାଯାଇଛି। ଅନ୍ୟ ସମସ୍ତ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ଉପରେ ରହିଥିଲା।
୨୪ ତାରିଖରୁ ରାଜ୍ୟକୁ ପୁଣି ଲେଉଟିବ ଥଣ୍ତା

Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)