୩୦ ଯାଏ ଶୀତ ଲହରି, ସତର୍କ କଲା ପାଣିପାଗ ବିଭାଗ

Advertisment
୩ ଡିଗ୍ରିରେ ଥରୁଛି ଜି. ଉଦୟଗିରି

The Statesman

ଭୁବନେଶ୍ୱର : ରାଜ୍ୟରେ ପାରଦସ୍ତର ନିମ୍ନଗାମୀ ହେବାରେ ଲାଗିଥିବାବେଳେ ଶୀତ ବଢ଼ୁଛି। ଆଜିଠାରୁ ରାଜ୍ୟର ତାପମାତ୍ରା ଆହୁରି ଖସିବ। ଆସନ୍ତା ୨ ଦିନରେ ପାରଦ ୪ ଡିଗ୍ରି ଯାଏ ତଳକୁ ଖସିବ। ଫଳରେ ପ୍ରବଳ ଶୀତ ଅନୁଭୂତ ହେବ। ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲହରି ପ୍ରବାହିତ ହେବ। ଏଥିପାଇଁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଳାହାଣ୍ଡି ଓ ବରଗଡ଼ ଆଦି ଜିଲ୍ଲାରେ ଏବଂ ୩୦ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଳାହାଣ୍ଡି ଓ ବରଗଡ଼ ଆଦି ଜିଲ୍ଲାରେ ୟେ‌ଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ବଢ଼ିବା ସହ ରାଜ୍ୟରେ ଶୀତ କମିବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଆଦି ଜିଲ୍ଲାରେ ହାଲୁକା ବର୍ଷା ହୋଇଯ‌ାଇଛି। ମାଲକାନଗିରି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି। ଆସନ୍ତାକାଲି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ କୁହୁଡ଼ିଆ ରହିବ ବୋଲି ପାଣିପାଗ ସୂତ୍ରରୁ ପ୍ରକାଶ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe