ଆସନ୍ତା ସପ୍ତାହରୁ ଥଣ୍ଡା ବଢ଼ିବ

ଭୁବନେଶ୍ବର : ଆସନ୍ତା ସପ୍ତାହରୁ ରାଜ୍ୟରେ ଅଧିକ ଥଣ୍ଡା ଅନୁଭୂତ ହେବ। ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବା ସହ କେତେକ ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ପଡ଼ିବ। ଏହାବ୍ୟତୀତ ଅନୁଗୁଳ, ବଲାଙ୍ଗୀର, ଗଜପତି ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ। ପାଗ ଶୁଖିଲା ରହିବା ସହ ସର୍ବନିମ୍ନ ତାପମାତ୍ରାରେ ସେ‌ତେଟା ପରିବର୍ତ୍ତନ ହେବ ନାହିଁ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍‌ ଆର ବିଶ୍ବାସଙ୍କ କହିବାନୁଯାୟୀ ୫ ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ୧୨ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରାରେ ସେ‌ତେଟା ପରିବର୍ତନ ହେବ ନାହିଁ। ଏହାପରେ ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ତେଣୁ ଥଣ୍ଡା ଅନୁଭୂତ ହେବ। ଗତ ୨୪ ଘଣ୍ଟା ମଧ୍ୟରେ ସେମିଳିଗୁଡ଼ା ହିଲ୍‌ ଷ୍ଟେସନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨.୮ ଡିଗ୍ରି ରେକର୍ଡ କରାଯାଇଛି। ଏହାବ୍ୟତୀତ ବୌଦ୍ଧରେ ୧୪ ଡିଗ୍ରି ଥିବା ବେଳେ ଦାରିଙ୍ଗବାଡ଼ିରେ ୧୪.୫, ଫୁଲବାଣୀରେ ୧୫.୫, କେନ୍ଦୁଝରଗଡ଼ରେ ୧୬, ଭବାନୀପାଟଣାରେ ୧୬.୨ ଡିଗ୍ରି ରେକର୍ଡ ହୋଇଛି।

ସମ୍ବନ୍ଧିତ ଖବର