କରୋନା ପଜିଟିଭ୍‌ ଚିହ୍ନଟ ପରେ ୨୬ ଓ ୨୭ ବନ୍ଦ ରହିବ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

Advertisment
କରୋନା ପଜିଟିଭ୍‌ ଚିହ୍ନଟ ପରେ ୨୬ ଓ ୨୭ ବନ୍ଦ ରହିବ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

କଟକ: କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଗଷ୍ଟ ୨୬ ଓ ୨୭ ତାରିଖ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏହି ୨ ଦିନ ମଧ୍ୟରେ ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରକୁ ସଂପୂର୍ଣ୍ଣ ଭାବେ ବିଶୋଧନ କରାଯିବ। ଏଥି ନିମନ୍ତେ ଜିଲ୍ଲାପାଳଙ୍କ ନିର୍ଦ୍ଧେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତକାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀମାନଙ୍କର ସ୍ୱାବ୍‌ ନମୁନା ପରୀକ୍ଷା କରାଯାଇଥିଲା। ନମୁନା ପରୀକ୍ଷାରୁ ଜନୈକ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିବା ଜାଣିବା ପରେ ଆଜି ଅପରାହ୍ନରେ ଜିଲ୍ଲାପାଳ ଆସନ୍ତା ଅଗଷ୍ଟ ୨୬ ଓ ୨୭ ତାରିଖ ଦୁଇ ଦିନ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ଏହି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କଟକ ସହରରେ ଏବେ ସୁଦ୍ଧା ୩୬୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୨୨୦୪ ଜଣ ସୁସ୍ଥ ହୋଇଛନ୍ତି। ୨୧ ଜଣଙ୍କର ମୃତ୍ୟୁ ହୋଇଛି। ୧୪୨୮ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି।

ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ଏପର୍ଯ୍ୟନ୍ତ ମୋଟ୍‌ ୬୧୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୩୮୩୭ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୩୦୧ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୨୬ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe