୧୬ରେ ଭୁବନେଶ୍ୱରରେ ଏୟାର ସୋ’, ଲୋକଙ୍କ ସୁରକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରିଛି କମିସନରେଟ ପୁଲିସ

୧୬ରେ ଭୁବନେଶ୍ୱରରେ ଏୟାର ସୋ’, ଲୋକଙ୍କ ସୁରକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରିଛି କମିସନରେଟ ପୁଲିସ

ଭୁବନେଶ୍ବର: ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ ଉପଲକ୍ଷେ ଉଭୟ ଭୁବନେଶ୍ୱର ଏବଂ ପୁରୀରେ ବାୟୁସେନା ପକ୍ଷରୁ ଏୟାର ସୋ’ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।  ଏହି ଏୟାର ସୋ’ର ନାମ 'ସୂର୍ଯ୍ୟକିରଣ' ରଖାଯାଇଛି । ଆସନ୍ତା ୧୬ ତାରିଖରେ ଭୁବନେଶ୍ୱରସ୍ଥିତ କୂଆଖାଇ ନଦୀପଠା ବାଲିଯାତ୍ରା ପଡ଼ିଆରେ ଏହି ସୋ’ ହେବାକୁ ଥିବା ବେଳେ ପୁରୀରେ ୧୮ ତାରିଖରେ ଏହି ଏୟାର ସୋ’ ହେବ। ବାୟୁସେନାର ୨ଟି ବିମାନ ଆଜି କୂଆଖାଇ ନଦୀପଠାରେ ପରିଦର୍ଶନ କରିଥିଲା ବେଳେ ଗୁରୁବାର ପୂର୍ଣ୍ଣ ଅଭ୍ୟାସ କରିବ। ଶେଷରେ ଶୁକ୍ରବାର (ସେପ୍ଟେମ୍ବର ୧୬)ରେ ସୋ’ ପ୍ରଦର୍ଶିତ ହେବ।

ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, ‘ସୂର୍ଯ୍ୟକିରଣ’ ଏୟାର ସୋ’ ପାଇଁ ବ୍ୟାପକ ବନ୍ଦବସ୍ତ କରାଯାଇଛି । ଲୋକେ ଯେପରିକି ସୁରୁଖୁର ଭାବେ ବସି ଏବଂ ଠିଆ ହୋଇ ଏହି ସୋ’କୁ ଦେଖିବେ ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା ହୋଇଛି। ଏହା କୁଆଖାଇ ନଦୀର ଉଭୟ ପାର୍ଶ୍ଵରେ ବ୍ୟବସ୍ଥା କରାଯାଇଛି।  ଏଥିରେ ୨୦ ପ୍ଲାଟୁନ ଫୋର୍ସ, ୧୦୦ ରୁ ଅଧିକ ବଛା ବଛା ଅଫିସର ନିୟୋଜିତ ରହିବେ। ପଚାଶ ହଜାରରୁ ଅଧିକ ଲୋଙ୍କକ ସମାଗମ ହେବାକୁ ଥିବାରୁ ଟ୍ରାଫିକ ବ୍ୟବସ୍ଥାକୁ ଅଧିକ ଗୁରୁତ୍ବ ଦିଆଯାଉଛି।

publive-image

ଏୟାର ସୋ’ ପାଇଁ କୂଆଖାଇ ନଦୀପଠାରେ ପୂର୍ବ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଅନେକ ମାନ୍ୟଗଣ୍ୟ ବ୍ୟକ୍ତି, ବାୟୁସେନାର ସ୍ୱତନ୍ତ୍ର ଅଫିସରମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉଥିବାରୁ ସ୍ୱତନ୍ତ୍ର ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମରେ ଯେମିତି କୌଣସି ବାଧା ନଉପୁଜେ ତାକୁ ଦୃଷ୍ଟିରେ ରଖି କମିସନେରଟ ପୁଲିସ ପକ୍ଷରୁ ବାୟୁସେନା ଅଧିକାରୀମାନଙ୍କ ସହ ଆଲୋଚନା ମଧ୍ୟ ଜାରି ରହିଛି। ସୁରୁଖୁରୁରେ ଏହି ଏୟାର ସୋ’ କେମିତି ହେବ ତାର ତଦାରଖ କରିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ। ଏହି ଅବସରରେ କୂଆଖାଇ ନଦୀପଠା ବାଲିଯାତ୍ରା ପଡ଼ିଆର ଆବାହକ ଯଶୋବନ୍ତ ଓଝା ମଧ୍ୟ ଉପସ୍ଥିତ ଥିଲେ। ଏହି ସୋ’ ପାଇଁ ଲୋକମାନେ ଉତ୍ସାହିତ ଥିବା ବେଳେ ଯେମିତି କୌଣସି ସମସ୍ୟା ନହୁଏ ତେଣୁ ପ୍ରଶାସନିକ ଅଧିକାରୀମାନଙ୍କୁ ସହଯୋଗ କାରାଯାଉଥିବା ଡିସିପି କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe