ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ସହିଦ ପରିବାରଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ସହିଦ ପରିବାରଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ଯୁଦ୍ଧ ତଥା ଉଗ୍ର ବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହିଦ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହିଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ ମସିହାରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ ଓ ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ରାଜ୍ୟ ସରକାର ଏବେ ଏହି ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe