ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ିଲା

ଦାୟିତ୍ବ ନିର୍ବାହ ସମୟରେ ମୃତ୍ୟୁ ହେଲେ ୧୦ଲକ୍ଷ ମିଳିବ, ସ୍ଥାୟୀ ଅକ୍ଷମତା ପାଇଁ ୫ଲକ୍ଷ, ଆଂଶିକ ଅକ୍ଷମତା ପା‌ଇଁ ୨ଲକ୍ଷ ଟଙ୍କା

ଭୁବନେଶ୍ବର : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ୪ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ତାଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର ସହାୟତା ମିଳିବ। ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶି ପରିମାଣ ୧ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ସମ୍ବନ୍ଧିତ ଖବର